
ଭୁବନେଶ୍ୱର: ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସକାଳେ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଜାତୀୟ ପତାକା ଉୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।